ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା

ପ୍ରତି ମିଲ୍ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ, ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା । ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମିଳିଥିବା ସୂଚନା ମୁତାବକ, ଦରଦାମ ବୃଦ୍ଧିକୁ ଦେଖି ମିଡ୍ ଡେ ମିଲ୍ ପିଛା ଦାମ ୧ ଟଙ୍କା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

ଆଉ ଖୁବଶୀଘ୍ର ଏନେଇ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ମିଡ୍ ମେ ମିଲ୍ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମିଡ୍ ଡେ ମିଲରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ଦେଖିବାକୁ ମିଳୁଥିଲା । ହେଲେ ଶେଷରେ ଏହି ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର ।

Post Views37 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!