ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା, ନଦୀକୁ ଖସିଲା ବସ୍

ପ୍ରାୟ ୪୦ ଜଣ ଭାରତୀୟ ଯାତ୍ରୀଙ୍କୁ ଧରି ଯାଉଥିବା ଏକ ବସ୍‌ ନେପାଳର ଏକ ନଦୀକୁ ଖସି ପଡ଼ିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣଙ୍କ ଅବସ୍ଥା ଗୁରୁତର ରହିଥିବାର ଜଣାଯାଇଛି ।

ସମସ୍ତ ଭାରତୀୟ ଯାତ୍ରୀ ପୋଖରାର ଏକ ରିସର୍ଟରେ ଥିଲେ। ସେମାନଙ୍କୁ ଧରି ବସ୍‌ଟି ପୋଖରାରୁ କାଠମାଣ୍ଡୁ ଅଭିମୁଖେ ଯାଉଥିଲା। ମାତ୍ର ଡ୍ରାଇଭରଜଣକ ଭାରସାମ୍ୟ ହରାଇବାରୁ ବସ୍‌ଟି ମାର୍ସାଙ୍ଗଗଡ଼ି ନଦୀକୁ ଖସି ପଡ଼ିଥିଲା । ଖବର ପାଇ ନେପାଳ ପ୍ରଶାସନ ପକ୍ଷରୁ ତୁରନ୍ତ ଉଦ୍ଧାର କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରା ଯାଇଥିଲା। ଏହି ଉଦ୍ଧାର କାର୍ଯ୍ୟ ବେଳେ ନଦୀରୁ ୧୪ଟି ମୃତଦେହ ଉଦ୍ଧାର ହୋଇଥିବା ବେଳେ ୧୬ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!