ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ

କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ଗିରଫ କରିଛି ସିବିଆଇ। ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ବିବାଦରେ ସନ୍ଦୀପ ଗୋଟିଏ ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି।

ହସ୍ପିଟାଲରେ ସମ୍ଭାବ୍ୟ ଆର୍ଥିକ ହେରଫେରକୁ ନେଇ ସିବିଆଇ ତାଙ୍କ ବିରୋଧରେ ତଦନ୍ତ କରୁଥିଲା। ବିଶେଷ କରି ରୋଗୀଙ୍କ ସେବା ପାଇଁ କିଣା ଯାଉଥିବା ସାମଗ୍ରୀରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା।

ଏହାର ତଦନ୍ତ କରି ଆଜି ସିବିଆଇ ସନ୍ଦୀପଙ୍କୁ ଗିରଫ କରିଛି। ଗିରଫ ପରେ ତାଙ୍କୁ କୋଲକାତା ସ୍ଥିତ ସିବିଆଇ କାର୍ଯ୍ୟାଳୟକୁ ନିଆଯାଇଛି। ସମ୍ଭବତଃ ଆସନ୍ତାକାଲି ତାଙ୍କୁ କୋର୍ଟରେ ହାଜର କରାଯିବ।

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!