ଭୁବନେଶ୍ବର IIT ଛାତ୍ରୀଙ୍କ ଆତ୍ମହତ୍ୟା

ଆଇଆଇଟି ଭୁବନେଶ୍ୱର କ୍ୟାମ୍ପସରେ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରୀଜଣଙ୍କ ହଷ୍ଟେଲର ପଞ୍ଚମ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି। ମୃତ ଛାତ୍ରୀ ଜଣଙ୍କ ହେଉଛନ୍ତି କୃତ୍ତିକା ରାଜ। ତାଙ୍କ ଘର ଦିଲ୍ଲୀରେ ବୋଲି ଜଣାଯାଇଛି। ସେ ବି.ଟେକ୍ ତୃତୀୟ ବର୍ଷ ପଢ଼ୁଥିଲେ। ତେବେ ଗତକାଲି ରାତିରୁ ଏହି ଘଟଣା ନେଇ ସୂଚନା ପାଇବା ପରେ ଜଟଣୀ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା। ଛାତ୍ରୀଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ କଲେଜ୍ ତରଫରୁ ଛାତ୍ରୀଙ୍କ ଅଭିଭାବକଙ୍କ ନିକଟକୁ ଖବର ଦିଆଯାଇଛି, ସେମାନେ ଆସିବା ପରେ ଶବ ବ୍ୟବଚ୍ଛେଦ କରାଯିବ।

ମିଳିଥିବା ସୂଚନା ଅନୁସାରେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଆଇଆଇଟି କ୍ୟାମ୍ପସ ଭିତରେ ଜୋରରେ ଶବ୍ଦ ହୋଇଥିଲା। ସିକ୍ୟୁରିଟି ଗାର୍ଡ ସହ ଅନ୍ୟ ଅଧିକାରୀ ଶବ୍ଧ ଶୁଣି ଧାଇଁବା ସହ ଦେଖିଥିଲେ କି ଛାତ୍ରୀ ଜଣଙ୍କ ତଳେ ପଡ଼ିଛନ୍ତି। ପରେ ତାଙ୍କୁ ତୁରନ୍ତ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ଛାତ୍ରୀ ଜଣଙ୍କ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!