ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ

ରାଜ୍ୟରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ। ଭୁବନେଶ୍ଵର ମହାତ୍ମା ଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ସଚେତନତା ରଥକୁ ପତାକା ଦେଖାଇ ସିଗନାଲ ଦେଇଛନ୍ତି। ଆସନ୍ତା ୧୬ ତାରିଖ ଯାଏଁ ରାଜ୍ୟବ୍ୟାପୀ ଗାଁରୁ ସହର ସବୁଠି ଏହି ସଚେତନତା ରଥ ବୁଲିବ। ଲୋକଙ୍କୁ ସୁଭଦ୍ରା ଯୋଜନା ବାବଦରେ ସଚେତନ କରାଇବ।

ସେହିପରି ଅନ୍ୟ ଜିଲ୍ଲାମାନଙ୍କରେ ମନ୍ତ୍ରୀ, ବିଧାୟକ ଓ ସାଂସଦମାନେ ଏହି ସଚେତନତା ରଥର ଉଦଘାଟନ କରିବେ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ଶେଷ ହିତାଧିକାରୀ ଯାଏଁ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ସମସ୍ତଙ୍କ ପାଖରେ ପହଞ୍ଚିବ ସୁଭଦ୍ରା । ଏହାର କୌଣସି ସମୟ ସୀମା ନାହିଁ। ତେଣୁ ମୋ ସେବା କେନ୍ଦ୍ରରେ ଲମ୍ଵା ଧାଡ଼ିରେ ରହିବାକୁ ନିବୃତ୍ତ ରୁହନ୍ତୁ।

 

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!