ସୁଭଦ୍ରା ଯୋଜନା ପାଇଁ ନାହିଁ ସମୟ ସୀମା

‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏହି ଅବସରରେ ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ ସୁଭଦ୍ରା ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବ୍ୟାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Post Views38 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!