ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ।
ଗତ ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ସେହିପରି ଚିତ୍ରକୋଣ୍ଡା ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି। ମାଲକାନଗିରିରୁ ଚିତ୍ରକୋଣ୍ଡା ଯିବା ରାସ୍ତା ଚିତ୍ରକୋଣ୍ଡା ଘାଟି ଉପରେ ଭଲବ୍ ହାଉସ ନିକଟରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟତ ଠପ୍ ହୋଇ ଯାଇଛିା
ସେହିପରି ଆନ୍ଧ୍ର ଓଡ଼ିଶା ସୀମାନ୍ତ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ପିଲିଗଡା କଲଭର୍ଟର ଗୋଟିଏ ପାର୍ଶ୍ୱ ବର୍ଷା ଜଳରେ ଧୋଇ ହୋଇ ଯିବାରୁ ଆନ୍ଧ୍ର ଓଡ଼ିଶାକୁ ମଧ୍ୟ ଯୋଗାଯୋଗ ବନ୍ଦ ହୋଇ ଯାଇଛି। ଜିଲାର ବିଭିନ୍ନ ସ୍ଥାନରେ ଗଛ ଉପୁଡି ରାସ୍ତା ଅବରୋଧ ହୋଇଥିବା, କେତେକ ଲୋକଙ୍କ ଘର କାନ୍ଥ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ମାଲକାନଗିରି ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍ ଟିମ୍ ମଧ୍ୟ ସମସ୍ତ ଅଞ୍ଚଳରେ ସଜାଗ ହୋଇ ରହିବା ସହ ଯେପରି କୌଣସି ଅଘଟଣ ନ ଘଟେ ସେଥିପ୍ରତି ବିଶେଷ ଦୃଷ୍ଟି ଦେଉଥିବା ଦେଖିବାକୁ ମିଳିଛି।

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!