ଲୁହା କଡ଼େଇରେ ରୋଷେଇ ଘଟଣା, କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟ ପ୍ରଶାସକ

ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ହେବା ପ୍ରସଙ୍ଗ । କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ନିର୍ଦ୍ଦେଶ’ । ଲୁହା କଡ଼େଇ ଜବତ ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ ଦେବାକୁ ସୁଆର ମହାସୁଆର, ରୋଷପାଇକ ନିଯୋଗ, ରୋଷ ଅମିନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଶ୍ରୀମନ୍ଦିର ରୋଷଘରେ ମାଟି କୁଡୁଆରେ ରନ୍ଧନ ପରମ୍ପରା ଥିବା ବେଳେ କିଛି ସୁପକାର ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ହୋଇଥିଲା । ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ୭ ଦିନ ଭିତରେ କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି l

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!