ସରକାରୀ ଅଧିକାରୀଙ୍କ ଛୁଟି ୩ଦିନ ପାଇଁ ବାତିଲ

ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ୩ ଦିନ ପର୍ଯ୍ୟନ୍ତ ସରକାରୀ ଛୁଟିଦିନ ଥିଲେ ମଧ୍ୟ ଅଧିକାରୀମାନେ ହେଡକ୍ୱାର୍ଟର ଛାଡ଼ିବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଛୁଟିଦିନରେ କୌଣସି ସରକାରୀ ଅଧିକାରୀ ହେଡକ୍ୱାର୍ଟର ନଛାଡ଼ିବା ପାଇଁ ରାଜ୍ୟ ସରକାର ଶୁକ୍ରବାର ସମସ୍ତ ବିଭାଗୀୟ ସଚିବ ଓ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ୩ଦିନ (ଶନିବାର ଠାରୁ ସୋମବାର) ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟାଳୟ ଖୋଲା ରହିବ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଘାସିରାମ ମୁର୍ମୁ ଆଜି ସମସ୍ତ ବିଭାଗର ସଚିବ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ସରକାରୀ ଅଧିକାରୀମାନଙ୍କର ହେଡକ୍ୱାର୍ଟରରେ ଅନୁପସ୍ଥିତ ରହିବା ଉପରେ କଟକଣା ଜାରି କରିଛନ୍ତି। ସରକାରୀ ଛୁଟିଦିନ ଅର୍ଥାତ୍ ସେପ୍ଟେମ୍ବର ୧୪ରୁ ୧୬ତାରିଖ ପର୍ଯ୍ୟନ୍ତ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଫିସରଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ଅନୁମତି ଦିଆଯାଇପାରିବ ନାହିଁ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!