ପ୍ରଥମ ଥର ପାଇଁ ଓଡ଼ିଶାରେ ଅନୁଷ୍ଠିତ ହୋଇଛି ଜାତୀୟ ସ୍ତରର ମୌସୁମୀ ବୈଠକ

ପ୍ରଥମ ଥର ପାଇଁ ଓଡ଼ିଶାରେ ଅନୁଷ୍ଠିତ ହୋଇଛି ଜାତୀୟ ସ୍ତରର ମୌସୁମୀ ବୈଠକ । ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନର ବିକାଶ ନିମନ୍ତେ ଏହି ବୈଠକ ଅୟୋଜିତ ହୋଇଛି । ବୈଠକର ମୁଖ୍ୟ ଲକ୍ଷ୍ୟ ହେଉଛି ଦୁଗ୍ଧ ଉତ୍ପାଦନ ଓ ଦୁଗ୍ଧ ପ୍ରକ୍ରିୟା କରଣ ତଥା ଦୁଗ୍ଧ ବିପଣନକୁ ବ୍ୟାପକ ଭାବରେ ବୃଦ୍ଧି କରିବା । ଏହା କେନ୍ଦ୍ର ମତ୍ସ୍ୟଚାଷ, ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ ଅଧୀନରେ ଥିବା ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ବିଭାଗ ସହ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ପ୍ରଭାବୀ କାର୍ଯ୍ୟlନ୍ବୟନ ପାଇଁ କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ବିଚାର ବିନିମୟ ହୋଇଥିଲା । ବୈଠକରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଅନ୍ୟାନ୍ୟ ଅତିଥିଙ୍କ ମଧ୍ୟରେ କେନ୍ଦ୍ର ମତ୍ସ୍ୟ, ପ୍ରାଣୀ ପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ରାଜୀବ ରଞ୍ଜନ ସିଂ, କେନ୍ଦ୍ର ମତ୍ସ୍ୟ, ପ୍ରାଣୀ ପାଳନ ଓ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ର ମନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ ଥିଲେ। ୧୫ଟି ରାଜ୍ୟର ପ୍ରାଣୀପାଳନ ଓ ଦୁଗ୍ଧ ଉତ୍ପାଦନ ବିଭାଗର ପ୍ରମୁଖ ମନ୍ତ୍ରୀ ଓ ସଚିବମାନେ ମଧ୍ୟ ଭାଗ ନେଇଥିଲେ।

ଏହାସହ ଓମଫେଡ ପକ୍ଷରୁ ଏକ ନୂତନ ଦୁଗ୍ଧ ପ୍ୟାକେଟ ଗୋଲ୍ଡ ପ୍ଲସ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦ୍ୱାରା ଶୁଭାରମ୍ଭ ହୋଇଥିଲା। ଏହାସହ ଏ-ହେଲ୍ପ ଟ୍ରେନିଂ ପ୍ରୋଗ୍ରାମର ଶୁଭାରମ୍ଭ ଓଡ଼ିଶାରୁ ହୋଇଛି । ନ୍ୟାସନାଲ ଡାଏରି ଡେଭଲପମେଣ୍ଟ ବୋର୍ଡ ଏବଂ ଓମଫେଡ ମଧ୍ୟରେ ଚୁକ୍ତି ମଧ୍ୟ ସ୍ୱାକ୍ଷର ହୋଇଛି। ଏହି ଚୁକ୍ତି ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ଓମଫେଡ ଭେଣ୍ଡିଂ ମେସିନର ଶୁଭାରମ୍ଭ କରାଯାଇଥିଲା। ୨୦ଟି ଭେଣ୍ଡିଂ ମେସିନ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ବସାଇବା ନେଇ ସୂଚନା ରହିଛି।

Post Views36 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!