ବଦଳିଲା ମୋ ସ୍କୁଲ ଅଭିଯାନର ନାଁ

ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳିଲା। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।

ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ହେବ ବୋଲି ଘୋଷଣା କରିଥିଲେ। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଥିଲା।

ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା ହୋଇଥିଲା।

Post Views22 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!