ଦୁଇ ଦିନରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ କେଜ୍ରିୱାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବଡ଼ ଘୋଷଣା। ୨ ଦିନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି କେଜ୍ରିୱାଲ।ଏହା ସହ ସେ ଅଗ୍ନି ପରୀକ୍ଷା ପାଇଁ ପ୍ରସ୍ତୁତ ଥିବା ମଧ୍ୟ କହିଛନ୍ତି । ଆସନ୍ତା ୨ ଦିନ ମଧ୍ୟରେ ପଦରୁ ଇସ୍ତଫା ଦେବା ନେଇ ସେ ଘୋଷଣା କରିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ଓ ସିସୋଦିଆ ଜନତାଙ୍କ ପାଖକୁ ଯିବୁ, ସେମାନେ ନିଷ୍ପତ୍ତି ନେବେ। ଜନତା ନିଜ ନିଷ୍ପତ୍ତି ନ ଜଣାଇବା ଯାଏଁ ସିଏମ୍ ପଦରେ ରହିବିନି । ମନୀଷ ସିସୋଦିଆ ମଧ୍ୟ ମୁଖ୍ୟମନ୍ତ୍ରୀ ହେବେନି । ନିର୍ବାଚନ ପର୍ଯ୍ୟନ୍ତ ଆପ୍‌ର ଅନ୍ୟ କୌଣସି ନେତା ମୁଖ୍ୟମନ୍ତ୍ରୀ ରହିବେ ବୋଲି କେଜ୍ରିୱାଲ କହିଛନ୍ତି । ତେବେ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ୬ ମାସ ହେବ ଜେଲରେ ଥିଲେ ଅରବିନ୍ଦ କେଜ୍ରିୱାଲ। ଦିନକ ପୂର୍ବରୁ ତାଙ୍କୁ ସୁପ୍ରିମକୋର୍ଟରୁ ବେଲ୍ ମିଳିଥିଲା। ବେଲରେ ଆସିବା ପରେ ଆଜି କେଜ୍ରିୱାଲ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସମୟରେ ଇସ୍ତଫା ଦେବା ନେଇ ଘୋଷଣା କରିଛନ୍ତି। ତେବେ ଗିରଫଦାରୀର ୬ ମାସ ମଧ୍ୟରେ ଇସ୍ତଫା ନେଇ ସେ କୌଣସି ପ୍ରକାର ପ୍ରତିକ୍ରିୟା ରଖିନଥିଲେ। ଏପରିକି ସେ ଜେଲରେ ଥିବା ସମୟରେ ମଧ୍ୟ ବିରୋଧୀଙ୍କ ପକ୍ଷରୁ ଏକାଧିକ ବାର ଇସ୍ତଫା ନେଇ ଦାବି ଉଠିଥିଲା। କିନ୍ତୁ ସେ ଇସ୍ତଫା ଦେଇନଥିଲେ, ଜେଲରୁ ଥାଇ ମୁଖ୍ୟମନ୍ତ୍ରୀ ପଦର ପରିଚାଳନା କରିଥିଲେ। ହେଲେ ବେଲରେ ଆସିବା ପରେ ହଠାତ୍ ଇସ୍ତଫା ଘୋଷଣା କରିବା ପରେ ସାଧାରଣରେ ଚର୍ଚ୍ଚା ଜୋର ଧରିଛି ।

 

 

 

Post Views47 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!