ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀରେ କଡ଼ା ସୁରକ୍ଷା

ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ଆସନ୍ତାକାଲି ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ରାଜଧାନୀରେ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଏଥିରେ ସାମିଲ ହେବେ ।

ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ରହିବ। ବ୍ୟାପକ ମହିଳା ପୁଲିସ କର୍ମଚାରୀଙ୍କ ସହ ସାଦା ପୋଷାକରେ ରହିବେ ବି ପୁଲିସ୍।

ସେହିପରି ମୋଦିଙ୍କ ଗସ୍ତବେଳେ ଓଡ୍ରାଫ ଟିମ୍ ଏବଂ ୬ କଂପାନୀ ସିଆରପିଏଫ୍ ମଧ୍ୟ ମୁତୟନ ରହିବେ । କେବଳ ଏତିକି ନୁହେଁ, ଉଚ୍ଚ ଅଟ୍ଟାଳିକାଗୁଡ଼ିକରେ ବି ପୁଲିସ ମୁତୟନ ରହିବେ ।

ପ୍ରଧାନମନ୍ତ୍ରୀ ମୋଦି ନିଜ ଜନ୍ମଦିନରେ ଅର୍ଥାତ୍ ଆସନ୍ତା ୧୭ତାରିଖରେ ଓଡ଼ିଶା ଗସ୍ତରେ ଆସି ରାଜ୍ୟର ବିଜେପି ସରକାରଙ୍କ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ ।
ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାରେ ଦିନ ୧୧ଟା ୩୫ମିନିଟରେ ପହଂଚି ପ୍ରାୟ ସାଢ଼େ ୩ଘଣ୍ଟା ରହିବାର କାର୍ଯ୍ୟକ୍ରମ ରହିଛି । ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଜନତା ମଇଦାନରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶାଳ ମହିଳା ସମାବେଶର ଆୟୋଜନ କରାଯାଇଛି ।
ଆସନ୍ତାକାଲି ମୋଦିଙ୍କ ଗସ୍ତ ନିମନ୍ତେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ଏଥିସହ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ)କୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।
ଜନତା ମଇଦାନରେ ମହିଳାଙ୍କ ସମାବେଶକୁ ସୁବ୍ୟବସ୍ଥିତ ଭାବେ କରିବା ନିମନ୍ତେ ପ୍ରତି ଧାଡ଼ି ନିକଟରେ ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ଏଥିସହ ଶୌଚାଳୟ ବ୍ୟବସ୍ଥା ବି କରାଯାଇଛି।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!