ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତାକାଲି ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ତିନି ଦିନ ଯାଏଁ ବର୍ଷା ସମ୍ଭାବନା ରହିଛି ।
ଆଜି ପାଇଁ 17 ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

