ଖାଦ୍ୟରେ ଜୀଅନ୍ତା ମୂଷା ମିଳିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଡେନମାର୍କର କୋପେନହାଗନରେ ଦେକିବାକୁ ମିଳିଛି ଏଭଳି ଦୃଶ୍ୟ। ଏଭଳି ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।
ଗତ ବୁଧବାର ସ୍କାଣ୍ଡେନାଭିଆନର ଏକ ବିମାନ ଓସଲୋରୁ ମାଲେଗା ଅଭିଖେ ଯାଉଥିଲା। ଫ୍ଲାଇଟରେ ସମସ୍ତ ଯାତ୍ରୀଙ୍କୁ ବିମାନ ପକ୍ଷରୁ ଖାଦ୍ୟ ପ୍ୟାକେଟ ଦିଆଯାଇଥିଲା। ଜଣେ ଯାତ୍ରୀ ନିଜ ଖାଦ୍ୟ ପ୍ୟାକେଟ କୋଲିବା ବେଳେ ସେତିରୁ ଏକ ଜୀବନ୍ତ ମୂଷା ବାହାରିଥିଲା। ଏହାକୁ ନେଇ ବିମାନରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏହା ପରେ ଡେନମାର୍କର କୋପେନହାଗନରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା ।

