ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା, ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ମୟୂରଭଂଜରେ ସର୍ବାଧିକ ୫୬ ମିମି ବର୍ଷା ରେକର୍ଡ ହୋଇଛି ।

