ଭୁବନେଶ୍ବରରେ ଜେ. ପି. ନଡ୍ଡା

ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଭୁବନେଶ୍ବରରେ ପହଞ୍ଚିବା ପରେ ପାର୍ଟି କାର୍ଯ୍ୟାଳୟକୁ ଯାଉଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ଦଳର ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ଆଲୋଚନା କରିବେ । ଗୋଟାଏ ଯାଏଁ ରାଜ୍ୟ କାର୍ଯ୍ୟାଳୟରେ ରହିବେ।

ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବିଜେପି ନେତା ଓ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ନଡ୍ଡା ଆଜି ଦିନ ୧୧ଟା ସମୟରେ ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଭୁବନେଶ୍ବର ବିମାନ ବନ୍ଦରରୁ ବାହାରି ଏ.ଜି ଛକରେ ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।ଏହି କାର୍ଯ୍ୟକ୍ରମ ପରେ ବିଜେପିର ସଦସ୍ୟତା ଅଭିଯାନରେ ସାମିଲ ହେବେ । ପ୍ରତିଷ୍ଠିତ ବ୍ୟକ୍ତି, ଯୁବବର୍ଗଙ୍କୁ ବିଜେପିର ସଦସ୍ୟତା ଅଭିଯାନରେ ସାମିଲ କରିବା ସହ ତାଙ୍କ ସହିତ ଆଲୋଚନା କରିବେ ।

Post Views45 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!