ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲେ ନର୍ସିଂ ସଂଘ

ରାଜ୍ୟବ୍ୟାପି ଧାରଣାରତ ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ ନେଇ ବଡ଼ ଅପଡେଟ୍‌ ଆସିଛି। ଆଜି ସନ୍ଧ୍ୟାରେ ଆଲୋଚନା ପରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି ଯେ, ନର୍ସିଂ ସଂଘ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛନ୍ତି। ଆଜି ସନ୍ଧ୍ୟାରେ ଓଡ଼ିଶା ନର୍ସିଂ ସଂଘର କର୍ମକର୍ତ୍ତାମ‌ାନେ ଆଲୋଚନା ପାଇଁ ଆସିଥିଲେ। ତାଙ୍କ ସହିତ ସୌହାଦ୍ଦ୍ୟପୂର୍ଣ୍ଣ ଆଲୋଚନା ହୋଇଥିଲା। ଆମେ ଏକ କମିଟି ଗଠନ କରିବୁ। ଏହି କମିଟିରେ ନର୍ସିଂ ସଂଘର ଦାବି ସଂପର୍କରେ ଆଲୋଚନା କରିବୁ।

ଆନ୍ଦୋଳନ ନେଇ ନର୍ସିଂ ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାର ସେମାନଙ୍କର ଦାବି ଶୁଣିବା ପାଇଁ ରାଜି ହୋଇଛନ୍ତି। କିନ୍ତୁ ଆନ୍ଦୋଳନ ଜାରି ରହିବ କି ନାହିଁ ସଂଘର କର୍ମକର୍ତ୍ତାମାନେ ଆଜି ରାତିରେ ଆଲୋଚନା କରିବେ। ବୈଠକ ପରେ ଅପଡେଟ୍‌ ଖବର ଗଣମାଧ୍ୟମକୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଜଣାଇ ଦିଆଯିବ। ସାଧାରଣ ସଂଘର ସଂପାଦକ ଅଶ୍ବିନୀ ଦାସ କହିଛନ୍ତି, ରାଜ୍ୟ ସରକାର ଆମର ୧୦ ସୂତ୍ରୀ ଦାବି ତର୍ଜମା କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ନର୍ସିଂ କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିବା ଦ୍ବାରା ରାଜ୍ୟର ଡାକ୍ତରଖାନା ଗୁଡ଼ିକରେ ରୋଗୀ ଓ ରୋଗୀ ପରିବାର ହନ୍ତସନ୍ତ ହୋଇଥିଲେ। ରୋଗୀ ସେବା ଉପରେ ଏହାର ଗୁରୁତର ପ୍ରଭାବ ପଡିଥିଲା। ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ଯାଇଥିଲା। ଭୁବନେଶ୍ବର, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ସବୁଠି ନର୍ସିଂ କର୍ମଚାରୀ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିଲେ। ହସ୍ପିଟାଲରେ ଇଞ୍ଜେକ୍ସନ ଦେବାକୁ ନର୍ସ ମିଳୁ ନଥିଲେ।

 

 

 

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!