ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁଇ ଦିନିଆ ଗସ୍ତରେ ଯିବେ। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଚାଇଁବାସାର କୋଲ୍ ହାନ୍ ଯିବେ। ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି। ସେସବୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓଡ଼ିଆ ଭାଷାଭାଷୀଙ୍କ ଉପରେ ପ୍ରଭାବ ପକାଇବ। ସେହିପରି ସୀମାନ୍ତ ପଡ଼ୋଶୀ ଜିଲ୍ଲା ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର ବିଜେପିର ବରିଷ୍ଠ ନେତା, ସାଂସଦ, ବିଧାୟକ ବି ଝାଡ଼ଖଣ୍ଡ ଯିବେ ବୋଲି ସୂଚନା ମିଳିଛି।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!