ଶ୍ରୀମନ୍ଦିର ରୋଷେଇରେ ଲୁହା କଡ଼େଇ ବ୍ୟବହାରପ୍ରସଙ୍ଗ: ପାଳିଆ ସେବକ ନିଳମ୍ବିତ

ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିl ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛିl ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛିl ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ର ୨୧-ଖ (କ) ଧାରା ଅନୁସାରେ ଏହି ନିଳମ୍ବନ ଆଦେଶ ଜାରି କରାଯାଇଛିl ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତିl

ଗତ ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକl ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲାl ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇ
ଦିଆଯାଇଥିଲାl ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକl

ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇଦିଆଯାଇଥିଲାl ରିପୋର୍ଟ ଆସିବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକl ପୂର୍ବ ନିର୍ଦ୍ଦେଶ ପରେ ଅନ୍ୟ ସୁପକାରମାନେ କଡ଼େଇ ବାହାର କରି ନେଇଥିବା ଜଣାପଡ଼ିଛିl ତେବେ ଏହି ତିନି ସୁପକାର କୋଠଭୋଗ ରୋଷରେ ବାରଣ ସତ୍ତ୍ୱେ ଲୁହା କଡ଼େଇ ବ୍ୟବହାର କରି ଅନ୍ନ ଡାଲି ରୋଷେଇ କରିଥିବା ଜଣା ପଡିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକl ତିନି ସୁପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଶ୍ରୀମନ୍ଦିର ତଥା ରୋଷଘରେ ପ୍ରବେଶ ନିଷିଦ୍ଧ କରାଯାଇଛିl ପ୍ରବେଶ ନିଷିଦ୍ଧ କଟକଣା କାର୍ଯ୍ୟକାରି କରିବାକୁ ବିହିତ ପଦକ୍ଷେପ ନେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଏବଂ ଦେଉଳ କରଣଙ୍କୁ ଆଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକl

 

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!