ରବିବାରଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ପୁଣି ଦିଲ୍ଲୀ ଗସ୍ତରେ ଯିବ ମୁଖ୍ୟମନ୍ତ୍ରୀ । ରବିବାରଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ହେବେ ସାମିଲ ।

ଖବର ଅନୁଯାୟୀ, ଓଡିଶୀ ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ୱାଡାରେ କୁମ୍ବିଂ ଅପରେସନ୍‌ରେ ୩୬ ମାଓବାଦୀଙ୍କୁ ନିହତ କରିଥିଲେ ସୁରକ୍ଷାକର୍ମୀ । ଯାହାଫଳରେ ମିଶନ-୨୬କୁ ମିଳିଛି ବଡ଼ ସଫଳତା । ଆଗାମୀ ଦିନରେ  ମାଓ ବିରୋଧୀ ଅଭିଯାନକୁ ଜୋରଦାର କରାଯିବ । ଏନେଇ ଗୃହମନ୍ତ୍ରୀ ଅମିତ ଶାହା ସୋମବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଯେଉଁଥିରେ ଓଡିଶା ସମେତ ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ । ତେବେ ଏହି ବୈଠକ ଲାଗି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ରବିବାର ଦିନ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ସାମିଲ ହେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!