ବୁର୍ଲା ଭୀମସାରରେ ସଂଘର୍ଷ। ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ମାରପିଟରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଥିଲେ ମଧ୍ୟ ଏଯାଏଁ ସମାଧାନର ରାସ୍ତା ବାହାରି ପାରିନି। ଏ ଘଟଣାକୁ ନେଇ ହାଉସ ସର୍ଜନମାନେ ବୁର୍ଲା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।
ଆକ୍ରମଣ ପ୍ରତିବାଦରେ ହାଉସ ସର୍ଜନମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ନିଷ୍ପତ୍ତି ନେଇଛନ୍ତି। ଭୀମସାର ନିର୍ଦ୍ଦେଶକ, ବୁର୍ଲା ଥାନା ଆଇଆଇସି, SDPO ଏବଂ ଛାତ୍ରମାନଙ୍କ ସହ ବିଳମ୍ବିତ ରାତି ଯାଏଁ ଆଲୋଚନା କରିଥିଲେ ମଧ୍ୟ କୌଣସି ସମାଧାନ ହୋଇପାରିନାହିଁ ।

