ଭାଜପା ଗଡ଼ରେ ବାଜି ମାରିନେଲେ ଭିନେଶ

ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍ ସିଟ୍ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ୍ ବିଜୟୀ ହୋଇଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରେ ପଛରେ ଥିଲେ ବି ଭାଜପା ପ୍ରାର୍ଥୀ ଯୋଗେଶ ବୈରାଗୀଙ୍କୁ ସେ ୬୦୦୦ ଭୋଟରେ ପରାଜିତ କରିଛନ୍ତି। ଏଥିସହ ଦଳ ୧୯ ବର୍ଷ ପରେ ପ୍ରଥମ ଥର ଲାଗି ଏହି ଆସନରେ ଜିତି ଇତିହାସ ରଚିଛି। ଶେଷଥର ଲାଗି ଦଳ ୨୦୦୫ରେ ଜିତିଥିଲା।

ଜିନ୍ଦ ଜିଲା ଅନ୍ତର୍ଗତ ୫ ବିଧାନସଭା ଆସନ ରହିଛି। ସମସ୍ତ ଆସନରେ ପ୍ରାୟ ୬୬.୦୨% ମତଦାନ ହୋଇଥିଲା। ପ୍ରାରମ୍ଭିକ ଟ୍ରେଣ୍ଡ ଆରମ୍ଭ ହେବା ପରଠାରୁ ଭିନେଶ ପଛୁଆ ରହିଥିଲେ। ଅପରପକ୍ଷେ ମୋଟ ଆସନ କଥା ବିଚାରକୁ ନେଲେ ଏଯାବତ ଦଳକୁ ପଛରେ ପକାଇ ଭାଜପା ୪୬ ଆନରେ ଆଗୁଆ ରହିଆସୁଛି।

କହିରଖୁଛୁ, ଭିନେଶ ଏବଂ ବଜରଙ୍ଗ ପୁନିଆ WFI ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଧାରଣା ଦେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ପରେ ଅବସର ନେଇ ଭିନେଶ କଂଗ୍ରେସରେ ହଠାତ ଯୋଗ ଦେବା ପରେ ଦଳ ଜୁଲାନା ଆସନରୁ ତାଙ୍କୁ ପ୍ରାର୍ଥୀ କରିଥିଲା।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!