ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ।

ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ସୁପାରିସ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ଆସନ୍ତା ନଭେମ୍ବର ୧୦ରେ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଅବସର ନେବେ।

ଏହାପରେ ଜଷ୍ଟିସ ସଞ୍ଜୀବ ଖାନ୍ନା ନଭେମ୍ବର ୧୧ରେ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ।

Post Views34 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!