ସମ୍ଭାବ୍ୟ ବାତ୍ୟା ପାଇଁ ସ୍କୁଲ ଛୁଟି ଘୋଷଣା। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି। ୨୩ରେ ବାତ୍ୟାର ରୂପ ନେବ ଅବପାତ। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖରେ ଅବପାତରେ ପରିଣତ ହେବ। ପରେ ଏହା ୨୩ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ।
ପରେ ଏହା ୨୪ ରାତି କିମ୍ବା ୨୫ ଭୋର ସମୟରେ ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଭୀଷଣ ଝଡ଼ ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିମି ଓ ଝଟକା ୧୨୦ କିମି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

