ସୁନା କିଣିବାକୁ ଲାଗୁଛି ଡର

ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩, ହଜାର ୦୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୬୪୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୩,୦୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୯,୬୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୩,୦୦୦ ଟଙ୍କା ଓ ୭୯,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩ ,୧୫୦ ଟଙ୍କା ଓ ୭୯ , ୭୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୩,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୯,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!