ବାତ୍ୟା ପାଇଁ ୧୪ ଜିଲ୍ଲାରେ ତିନି ଦିନ କଲେଜ ଓ ବିଶ୍ଵ ବିଦ୍ୟାଳୟ ବନ୍ଦ

ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଲେଜ୍ ଛୁଟି ଘୋଷଣା କରିଛନ୍ତି। ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ କଲେଜ ବନ୍ଦ ରହିବ। ପରିସ୍ଥିତିକୁ ଦୃଷ୍ଟିରେ ରଖି କଲେଜ ଓ ବିଶ୍ଵ ବିଦ୍ୟାଳୟ ବନ୍ଦ ରଖିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପ୍ରଭାବିତ ୧୪ ଜିଲ୍ଲାରେ କଲେଜ ଓ ବିଶ୍ଵ ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶ। ଏହି ୧୪ଟି ଜିଲ୍ଲା ହେଉଛି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ।

ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ। ତେଣୁ ପ୍ରତିଷେଧକମୂଳକ ପଦକ୍ଷେପ ସ୍ୱରୂପ କଲେଜ ଓ ବିଶ୍ଵ ବିଦ୍ୟାଳୟ ଛୁଟି ଘୋଷଣା କରିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଉଚ୍ଚ ଶିକ୍ଷା ବିଭାଗକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ।

ସୂଚନାଯୋଗ୍ୟ, ଗତକାଲି ସମ୍ଭାବ୍ୟ ବାତ୍ୟା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଉପରୋକ୍ତ ୧୪ ଜିଲ୍ଲା ତିନି ଦିନ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଥିଲେ।

Post Views38 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!