ବଙ୍ଗୋପସାଗରରୁ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ଆଜି ସୃଷ୍ଟି ହେବ ବାତ୍ୟା, କାଲି ଭୀଷଣ ରୂପ ନେବ। ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି।
ବର୍ତ୍ତମାନ ପାରାଦୀପଠାରୁ ୬୭୦ କିଲୋମିଟର ଦକ୍ଷିଣପୂର୍ବ ଓ ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୨୦ କିଲୋମିଟ ଦକ୍ଷିଣ-ଦକ୍ଷିଣ ।
ପୂର୍ବ ଦୂରରେ କେନ୍ଦ୍ରୀଭୂତ ରହିଛି ଡିପ୍ ଡିପ୍ରେସନ୍। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ବାତ୍ୟାର ରୂପ ନେବ। ଏହାପରେ ଅଧିକ ଘନୀଭୂତ ହେବ ସାମୁଦ୍ରିକ ଝଡ। ଆସନ୍ତାକାଲି ଏହା ଉତ୍ତର ପଶ୍ଚିମ ବଙ୍ଗୋପସାରରେ ଭୀଷଣ ବାତ୍ୟା ରୂପ ନେବ।

