ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଆରମ୍ଭ। ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି । ରେସକ୍ୟୁ ରିଲିଫ ଓ ରିଷ୍ଟୋରେସେନ ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଛନ୍ତି।

ବାତ୍ୟା ଦାନା ପ୍ରଭାବରେ ସମୁଦ୍ର ଅଶାନ୍ତ ହେଲାଣି। ପଶ୍ଚିମବଙ୍ଗ ଗଙ୍ଗା ସାଗର ବିଚ୍‌ରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାରେ ଲାଗିଛି । ଧୀରେ ଧୀରେ ପବନର ବେଗ ମଧ୍ୟ ତୀବ୍ର ହେଲାଣି। ଗଙ୍ଗାସାଗର ଅଞ୍ଚଳରେ ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି । ସ୍ଥାନୀୟ ପ୍ରଶାସନ ପକ୍ଷରୁ ବୃଦ୍ଧ ବୃଦ୍ଧା ଏବଂ ଗର୍ଭବତୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇ ସାରିଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗରେ ଅନେକ ଟ୍ରେନ୍ ବାତିଲ କରାଯାଇଛି।

Post Views57 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!