ହୋଇନାହିଁ କିଛି କ୍ଷତି,ମଧ୍ୟରାତ୍ରରେ ମାଡ଼ ହେଲା ବାତ୍ୟା ଦାନା

ମଧ୍ୟରାତ୍ରରେ ମାଡ଼ ହେଲା ବାତ୍ୟା ଦାନା। ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କଲା ସ୍ଥଳଭାଗ। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା। ରାତି ପ୍ରାୟ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ବାତ୍ୟା ଦାନା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କରିଥିଲା ସ୍ଥଳଭାଗ।

ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ। ଫଳରେ ଟଳିପଡ଼ିଥିଲା ଅନେକ ଗଛ। ଭାଙ୍ଗି ଯାଇଥିଲା ଚାଳ ଛପର ଘର ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏବେ ଏହା ଧାମରାଠାରୁ ଉତ୍ତରକୁ ୧୫ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି।

ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସରିବା ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଆଜି ପୂର୍ବାହ୍ନରେ ଦୂର୍ବଳ ହେବ ଦାନା।

Post Views48 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!