ଦୁର୍ବଳ ପଡୁଛି ବାତ୍ୟା ଦାନାର ଅବଶିଷ୍ଟାଂଶ

ଦୁର୍ବଳ ପଡୁଛି ବାତ୍ୟା ଦାନାର ଅବଶିଷ୍ଟାଂଶ । ଆହୁରି ଦୁର୍ବଳ ପଡ଼ି ଡିପ୍ରେସନରେ ପରିଣତ ହୋଇଛି । ଏବେ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି ଅବପାତ । ଏହା ଭଦ୍ରକରୁ ୫୦ କିଲୋମିଟର ଉତ୍ତର ପଶ୍ଚିମ ଓ କେନ୍ଦୁଝରରୁ ୭୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଅବପାତ ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ଦେଇ ଅତିକ୍ରମ କରିବା ସହ ଆହୁରି ଦୁର୍ବଳ ପଡ଼ି ଆଜି ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେବ ।
ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

ଆଜି ସକାଳ ସାଢ଼େ ୮ଟା ଯାଏ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଦେଇଥିଲା । ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର । ଏସବୁ ଜିଲ୍ଲାର କିଛି ସ୍ଥାନରେ ଅତି ମୂଷଳଧାରାରେ ବର୍ଷା ଅର୍ଥାତ୍ ୨୦ ସେଣ୍ଟିମିଟରରୁ ବି ଅଧିକ ହେବା ସୂଚନା ରହିଥିଲା ରହିଛି ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!