ଓଏଏସ୍ ସ୍ତରରେ ଅଦଳବଦଳ

ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ ହୋଇଥିବାବେଳେ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ବିନୋଦ କୁମାର ଜେନା ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଏବଂ ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ଯୁଗ୍ମ ସଚିବ ଦାୟିତ୍ବ ଦିଆଯାଇଛି। ଅପରପକ୍ଷରେ ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ବର ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

ସୂରଜ କୁମାର ପଟ୍ଟନାୟକଙ୍କୁ ବରଗଡ଼ ଜିଲା ପରିଷଦର ଅତିରିକ୍ତ ଇଓ, ରାଜ କିଶୋର ଜେନାଙ୍କୁ ପୁରୀ ସବ୍‌-କଲେକ୍ଟର, ହେମସାଗର ଭୋଇଙ୍କୁ କୁଚିଣ୍ଡା ଆଇଟିଡିଏ ପିଏ, ସୋହେଲା ବିଡିଓ ସୁରେନ୍ଦ୍ର ମେହେରଙ୍କୁ ସୁବର୍ଣ୍ଣପୁରର ଅତିରିକ୍ତ ସବ୍‌-କଲେକ୍ଟର, ମନୋରମା ଜାଲିଙ୍କୁ ଭୁବନେଶ୍ୱରସ୍ଥିତ ଏସ୍‌ଆଇଆରଡିର ଡେପୁଟି ଡାଇରେକ୍ଟର, ସୁନୀଲ କୁମାର ମେହେରଙ୍କୁ ପାଟଣାଗଡ଼ ସବ୍‌-କଲେକ୍ଟର ଭାବେ ବଦଳି କରାଯାଇଛି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!