ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ। ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ ସଦର ଥାନା କରମଡିହି ଅଞ୍ଚଳରେ ରକ୍ତାକ୍ତ ଗୋଷ୍ଠୀ ସଂଘର୍ଷ ଘଟିଛି । ଗୀତାପଡ଼ାରେ ମଧ୍ୟରାତ୍ରରେ ୨ ଯାଯାବର ଗୋଷ୍ଠୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ହୋଇଥିବା ସୂଚନା ମିଳିଛି।
୨ ଆହତଙ୍କୁ ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ ଚଳାଇଥିବା ବେଳେ, ପରକୀୟା ପ୍ରୀତିରୁ ଗୋଷ୍ଠୀ ସଂଘର୍ଷ ଘଟିଥିବା ସୂଚନା ମିଳିଛି। ଆକ୍ରମଣକାରୀ ଗୋଷ୍ଠୀ ଜଣେ ମହିଳା ଓ ଦୁଇ ଶିଶୁଙ୍କୁ ନେଇ ଫେରାର ହୋଇଯାଇଥିବା ବେଳେ, ସେମାନଙ୍କୁ ଧରିବାକୁ ପୋଲିସ ତନାଘନା ଚଳାଇଛି। ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ଓ ସୁନ୍ଦରଗଡ଼ ଏସପି ପହଞ୍ଚିଛନ୍ତି।

