ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ  । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ  ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ  ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!