ଇସ୍ତଫା ପରେ ବିଜେଡି ଉପରେ ବର୍ଷିଲେ ପୂର୍ବତନ ବରୀ ବିଧାୟିକା ସୁନନ୍ଦା ଦାସ

ବିଜେଡିରୁ ଇସ୍ତଫା ପରେ ବର୍ଷିଲେ ପୂର୍ବତନ ବରୀ ବିଧାୟିକା ସୁନନ୍ଦା ଦାସ । ବିଜେଡିରେ ଅଫିସର ଟିକେଟ ବାଣ୍ଟୁଥିଲେ ବୋଲି ସେ ଅଭିଯୋଗ ଆଣିଛନ୍ତି । ସିଧା ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କ ନାଁ ନେଇଛନ୍ତି ସୁନନ୍ଦା । ଟିକେଟ ପାଇଁ ଏହି ୨ ଅଧିକାରୀଙ୍କୁ ଦେଖା କରିବାକୁ କୁହାଯାଇଥିଲା । ସେ ମଧ୍ୟ ସେମାନଙ୍କୁ ଟିକେଟ ପ୍ରସଙ୍ଗରେ ଦେଖା କରିଥିଲେ ବୋଲି କହିଛନ୍ତି ।

ନେତାଙ୍କୁ ଅଣଦେଖାରୁ ବିଜେଡି ହାରିବାର କାରଣ କହିଲେ ସୁନନ୍ଦା । ନବୀନ ବାବୁ ନିଜେ ଟିକେଟ ବାଣ୍ଟିଥିଲେ ବିଜେଡି ପୁଣି ସରକାର କରିଥାନ୍ତା। ମାତ୍ର ଟିକେଟ ବାଣ୍ଟିବା ବେଳେ ସେମାନେ ସେପରି କଲେ ନାହିଁ। ପ୍ରଭୁ ଜଗନ୍ନାଥ ବିଚାର କରିବେ ବୋଲି ସେତେବେଳେ କହିଥିଲି। ପ୍ରଭୁ ଜଗନ୍ନାଥ ଠିକ୍‌ ବିଚାର କରିଛନ୍ତି, ମୁଁ ମଧ୍ୟ ଦେଖାକରି ଆସିଛି ବୋଲେ ସେ କହିଛନ୍ତି।

ତତକାଳୀନ ବିଜେଡି ସାଂଗଠନିକ ସମ୍ପାଦକ ବବି ଦାସଙ୍କ ଉପରେ ମଧ୍ୟ ସେ ବର୍ଷିଛନ୍ତି । ମୁଁ ଅଶୋକ ଦାସଙ୍କ ପୁଅ, ପଛରୁ ଛୁରି ଭୁସିବା ଲୋକ ନୁହେଁ ବୋଲି ସେ କହୁଥିଲେ । ତେଣୁ ମୋର ତାଙ୍କ ଉପରେ ଟିକେଟ ମିଳିବା ନେଇ ପୂର୍ଣ୍ଣ ଭରସା ଥିଲା । ତେବେ ପ୍ରତିଶ୍ରୁତି ଦେଇ ଟିକେଟ କାଟିଦେଇଥିବା ସେ ଅଭିଯୋଗ ଆଣିଛନ୍ତି।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!