ପ୍ରତ୍ୟାଶା ରାୟଙ୍କୁ ମିଳିଲା ୨୦୨୪ ମସିହାର ସମ୍ମାନଜନକ ‘ଏକଲବ୍ୟ ପୁରସ୍କାର

ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ମିଳିଲା ୨୦୨୪ ମସିହାର ସମ୍ମାନ ଜନକ ‘ଏକଲବ୍ୟ ପୁରସ୍କାର’। ପ୍ରତ୍ୟାଶା ଜୁନିଅର ଓ ସିନିଅର ବର୍ଗରେ ଜାତୀୟ ଓ ଆନ୍ତର୍ଜାତୀୟ ପଦକ ପାଇଛନ୍ତି। ତାଙ୍କୁ ପୁରସ୍କାର ବାବଦରେ ୭ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି। ଏହି ଅବସରରେ ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟ ଅତିଥି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ । 

ସେପଟେ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଧାବକ ଦଣ୍ଡପତି ମୃତ୍ୟୁମ୍‌ ଜୟରାମ ଓ ବ୍ୟାଡ୍‌ମିଣ୍ଟନ ଖେଳାଳି ତନ୍‌ଭୀ ପତ୍ରୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଛି। ସେମାନଙ୍କୁ ମାନପତ୍ର ସହ ୧.୫ ଲକ୍ଷ ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ‘ଇମ୍ପାକ୍ଟ’ର ଟ୍ରଷ୍ଟି ତଥା ଏକଲବ୍ୟ ପୁରସ୍କାର କମିଟିର ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ଥିଲେ ।

ପୂର୍ବରୁ ଏକଲବ୍ୟ ପୁରସ୍କାର ଅର୍ଥରାଶି ୫ଲକ୍ଷ ଟଙ୍କା ଥିଲା। IMFA ର ଇମ୍ପାକ୍ଟ ପକ୍ଷରୁ ୧୯୯୩ ମସିହାରୁ ଏହି ସମ୍ମାନ ଜନକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଉଛି।

ଭାରତର ପ୍ରମୁଖ ଫେରୋ ଆଲଏଜ୍‌ ଉତ୍ପାଦନକାରୀ କମ୍ପାନୀ (ଇମ୍ଫା) ଦ୍ୱାରା ପରିଚାଳିତ ‘ଇଣ୍ଡିଆନ୍‌ ମେଟାଲସ୍‌ ପବ୍ଳିକ୍‌ ଚାରିଟେବଲ୍‌ ଟ୍ରଷ୍ଟ’ (ଇମ୍ପାକ୍ଟ) ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରିଥିଲା। ଜାତୀୟ ସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡ଼ିଶାର ସବୁଠାରୁ ମର୍ଯ୍ୟାଦା ଜନକ କ୍ରୀଡା ସମ୍ମାନ ରୂପେ ପ୍ରଖ୍ୟାତ। କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡ଼ିଆ କ୍ରୀଡାବିତମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଉଛି।

Post Views29 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!