ଆଜି ଶ୍ରୀମନ୍ଦିରରେ ହରିହର ବେଶ

ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହେବ । ଅବକାଶ ନୀତି ପରେ ହରିହର ବେଶରେ ସଜ୍ଜିତ ହେବେ ବଡଠାକୁର । ଏହି ବେଶରେ ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ ବଡ଼ଠାକୁର । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି-ବିଷ୍ଣୁ ଓ ହର-ଶିବଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ ।

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରାଇବେ। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଶ୍ରଦ୍ଧାଳୁ ଆତ୍ମତୃପି ଲାଭ କରିବେ ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!