ନୂଆ ବର୍ଷରୁ ମିଳିବ ନୂଆ ରାସନ କାର୍ଡ । ଜାନୁଆରୀରେ ନୂଆ ରାସନ କାର୍ଡ ମିଳିବା ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ଜୁଲାଇ ମାସରୁ ଆରମ୍ଭ ହୋଇଥିବା ରାସନ କାର୍ଡର ଇ-କେୱାଇସି ଯାଞ୍ଚ ଚଳିତ ମାସରେ ଶେଷ ହେବ । ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ଜାନୁଆରୀରେ ନୂଆ ରାସନ କାର୍ଡ ପ୍ରଦାନ କରାଯିବ ।
ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ଅନୁଯାୟୀ, ଯେଉଁମାନେ ଯୋଗ୍ୟ ବିବେଚିତ ହେବେ ସେମାନଙ୍କୁ ଆସନ୍ତା ଜାନୁଆରୀ ମାସରେ ରାସନ କାର୍ଡ ବଣ୍ଟନ କରାଯିବ । ସେପଟେ ଏବେ ଯାଏଁ ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

