ଝାନ୍‌ସୀ ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୦ ଶିଶୁ ମୃତ

ଉତ୍ତରପ୍ରଦେଶର ଝାନ୍‌ସୀସ୍ଥିତ ମହାରାଣୀ ଲକ୍ଷ୍ମୀବାଈ ମେଡିକାଲ କଲେଜ‌ରେ ଆଜି ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୧୦ ଶିଶୁଙ୍କ ମୃତ୍ୟୁ ଘଟିଛି। ହସ୍ପିଟାଲର ସ୍ବତନ୍ତ୍ର ନବଜାତ ଶିଶୁ ୱାର୍ଡରେ ଏହି  ଅଗ୍ନିକାଣ୍ଡ ଘଟିବା ପରେ ରୋଗୀମାନେ ପ୍ରାଣ ବିକଳରେ ଡାକ୍ତରଖାନାରୁ ବାହାରକୁ ପଳାଇବାକୁ ଚେଷ୍ଟା କରିବାରୁ  ଦଳାଚକଟା ସ୍ଥିତି ଉପୁଜିଥିଲା। ହସ୍ପିଟାଲରୁ ୩୭ ଜଣ ଶିଶୁଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ସେମାନଙ୍କ ମଧ୍ୟରୁ   ଅନେକ ଗୁରୁତର ଅଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଏବଂ ଆହତମାନଙ୍କୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନିଆଯାଇଛି। ଘଟଣାସ୍ଥଳରେ ଜିଲ୍ଲାପାଳ, ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ଓ ପୁଲିସ ମହାନିରୀକ୍ଷକଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ସର୍ଟସର୍କିଟ ଯୋଗୁଁ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଶିଶୁଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମବେଦନା ଜଣାଇଛନ୍ତି। ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଝାନ୍‌ସୀ ମେଡିକାଲ କଲେଜରେ  ଘଟିଥିବା  ଦୁର୍ଘଟଣାରେ ପିଲାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ ଏବଂ ହୃଦୟ ବିଦାରକ। ଝାନ୍‌ସୀର ଡିଭିଜନାଲ କମିସନର ଏବଂ ଡିଆଇଜିଙ୍କୁ ୧୨ ଘଣ୍ଟା ମଧ୍ୟରେ ଘଟଣା ସମ୍ପର୍କରେ ରିପୋର୍ଟ ଦାଖଲ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Post Views15 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!