ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ

ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ। କିଛି ସମୟ ପୂର୍ବରୁ ତାଙ୍କର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା କାରଣରୁ ଦୀର୍ଘଦିନ ଧରି ସେ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।

ଗତ କିଛିଦିନ ଧରି ସେ ଅସୁସ୍ଥ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କଟକର ଘରୋଇ ହସ୍ପିଟାଲରେ ତାଙ୍କର ଟ୍ରିଟମେଣ୍ଟ ହେଉଥିଲା । ଏମିତିକି ଗତ ଶୁକ୍ରବାର ତାଙ୍କୁ ମେଡ଼ିକାଲରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ । ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଡେପୁଟି ସିଏମ ପ୍ରଭାତୀ ପରିଡା ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ବିଷୟରେ ପଚାରିବା ସହିତ ଆଶୁ ଆରୋଗ୍ୟ କାମନା କରିଥିଲେ ।

ସୂଚନା ଥାଉକି, ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

Post Views42 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!