ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ

ଅବସରପ୍ରାପ୍ତ ଆଇଏଫଏସ୍ ସିଦ୍ଧାନ୍ତ ଦାସ ଓଡ଼ିଶା ରିଏଲ ଇଷ୍ଟେଟ୍ ରେଗୁଲେଟୋରୀ ଅଥରିଟି(ଓରେରା) ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ।
କେନ୍ଦ୍ର ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟର କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି(ସିଇସି)ର ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବା ନିମନ୍ତେ ଶ୍ରୀ ଦାସ ଏହି ପଦରୁ ଇସ୍ତଫା ଦେଉଥିବା ଜଣାପଡ଼ିଛି ।

ଓରେରା ଅଧ୍ୟକ୍ଷ ଶ୍ରୀ ଦାସଙ୍କୁ ୨୦୨୩ ଡିସେମ୍ବର ମାସରେ ସିଇସି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ । ସେବେଠୁ ଶ୍ରୀ ଦାସ ଉଭୟ ଓରେରା ଓ ସିଇସି ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ ।

କିନ୍ତୁ ସିଇସିର ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦ ଛାଡ଼ୁଥିବା ଜଣାପଡ଼ିଛି ।

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!