ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଆବେଦନର ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ହିତାଧିକାରୀ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ପଞ୍ଜିକରଣ କରିଥିବା ସମସ୍ତ ଯୋଗ୍ୟ ହିତାଧିକାରୀ ଠିକ୍ ସମୟରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କଗୁଡିକରେ ଭିଡ଼ କରନ୍ତୁ ନାହିଁ। ବ୍ୟସ୍ତ ନହୋଇ ପଞ୍ଜିକରଣ କରିବାକୁ ଅନୁରୋଧ । ସେହିପରି ମାର୍ଚ୍ଚ ୮ ମହିଳା ଦିବସରେ ଦ୍ଵିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ଏପର୍ଯ୍ୟନ୍ତ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିସାରିଲାଣି। ବାକି ୨ ଲକ୍ଷ ୬୭ ହଜାର ହିତାଧିକାରୀ ବାଦ୍‌ ପଡିଥିଲେ । ସେମାନଙ୍କ ରିଭ୍ୟୁ କାମ ଚାଲିଛି । ଖୁବଶୀଘ୍ର ରିଭ୍ୟୁ କାମ ସରିବ

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!