ପଶ୍ଚିମବଙ୍ଗ ସୀମାରେ ଅଟକିଛି ଶହଶହ ଆଳୁ ବୋଝେଇ ଟ୍ରକ୍

ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଅଟକିଛି ଶହଶହ ଆଳୁ ବୋଝେଇ ଟ୍ରକ୍। ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍‌ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି। ଆଳୁ ଗାଡ଼ିକୁ ଜଗି ରହିଛନ୍ତି ପଶ୍ଚିମବଙ୍ଗ ପୁଲିସ। ରାତିରୁ କାହିଁକି ଆଳୁ ଗାଡ଼ି ଅଟକି ରହିଛି ପ୍ରକୃତ କାରଣ ଜଣାପଡ଼ି ନାହିଁ।

ଗତକାଲି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ନବାନ୍ନାରେ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଡାକି ଆଳୁ ଏବଂ ପିଆଜର ମୂଲ୍ୟ ବୃଦ୍ଧି ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେଇଥିଲେ। ଏହାପରେ ବଙ୍ଗ ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା କୁହାଯାଉଛି।ଆଳୁ ଦର ହ୍ରାସ ପାଇଁ ପଶ୍ଚିମବଙ୍ଗ ସରକାର ଏହି ପଦକ୍ଷେପ ନେଇଥିବା କୁହାଯାଉଛି।

ପଶ୍ଚିମ ମେଦିନୀପୁର ଜିଲ୍ଲା ପୁଲିସ ନାକାରେ ଆଳୁ ଗାଡ଼ି ଅଟକ ରଖା ଯାଇଛି ଏବଂ ପ୍ରଶାସନ ଅନ୍ୟ ରାଜ୍ୟକୁ ମଧ୍ୟ ଆଳୁ ରପ୍ତାନି ବନ୍ଦ କରିଦେଇଥିବା ଜଣାଯାଇଛି। ବେଲଦା, ଦାତନ, ସୋନାକୋଣିଆ ନାକାରେ ବି ଆଳୁ ଟ୍ରକ୍ ଅଟକାଯାଇଥିବା ସୂଚନା ରହିଛି।

Post Views15 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!