ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଗୁରୁବାର ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିର ମୋରହାବାଡି ପଡ଼ିଆରେ ଆୟୋଜିତ ଏକ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ହେମନ୍ତ ସୋରେନ୍ ଝାଡ଼ଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଏହି ଶପଥଗ୍ରହଣ ଅବସରରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆପ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ, ପଂଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ, କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର, ସପା ନେତା ଅଖିଳେଶ ଯାଦବ, ଆରଜେଡି ନେତା ତେଜସ୍ବୀ ଯାଦବ ପ୍ରମୁଖ ଇଣ୍ଡିଆ ମେଣ୍ଟ ନେତାମାନେ ଯୋଗ ଦେଇଥିଲେ।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!