ଚାଲିଛି ଡିଜିପି ସମ୍ମିଳନୀ, ମୋଦି ଙ୍କ ବଡ଼ ଭୂମିକା

ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଶନିବାର ରାଜଭବନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ୍‌ ଶାହା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଲୋକସେବା ଭବନରେ ପହଞ୍ଚିଛନ୍ତି।
ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆରମ୍ଭ ହୋଇଛି।

ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଉଦ୍‌ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ ସୁରକ୍ଷା ପରାମର୍ଶଦାତା, ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ, ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ଡିଜିପି ଏବଂ କେନ୍ଦ୍ରୀୟ ପୋଲିସ ସଙ୍ଗଠନର ମୁଖ୍ୟମାନେ ଯୋଗଦେଇଛନ୍ତି। ସମ୍ମିଳନୀରେ ଆଭ୍ୟନ୍ତରୀଣ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ଦେଶର ଶ୍ରେଷ୍ଠ ଥାନା ଓ ପୋଲିସ ଅଧିକାରୀମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗଦେବେ।
ନଭେମ୍ବର ୨୯ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଏହି ୩ ଦିନିଆ ସମ୍ମିଳନୀରେ ଆତଙ୍କବାଦ ମୁକାବିଲା, ବାମପନ୍ଥୀ ଉଗ୍ରବାଦ, ଉପକୂଳ ସୁରକ୍ଷା, ନୂଆ ଅପରାଧ ଆଇନ, ନାର୍କୋଟିକ୍ସ ସମେତ ଜାତୀୟ ନିରାପତ୍ତାର ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ। ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପ୍ରଦାନ କରାଯିବ।

ଏହି ସମ୍ମିଳନୀ ଦେଶର ବରିଷ୍ଠ ପୋଲିସ ପେସାଦାର ଏବଂ ସୁରକ୍ଷା ପ୍ରଶାସକମାନଙ୍କୁ ବିଭିନ୍ନ ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ତଥା ଭାରତରେ ପୋଲିସ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିଚାଳନାଗତ, ଭିତ୍ତିଭୂମି ଏବଂ କଲ୍ୟାଣ ସମ୍ବନ୍ଧୀୟ ସମସ୍ୟା ଉପରେ ମୁକ୍ତ ଭାବରେ ଆଲୋଚନା ଓ ବିତର୍କ କରିବା ପାଇଁ ଏକ ମତ ବିନିମୟ ମଞ୍ଚ ପ୍ରଦାନ କରିବ। ଆଭ୍ୟନ୍ତରୀଣ ନିରାପତ୍ତା ବିପଦ ବ୍ୟତୀତ ଅପରାଧ ନିୟନ୍ତ୍ରଣ ଏବଂ ଆଇନ ଶୃଙ୍ଖଳା ପରିଚାଳନା ସମ୍ବନ୍ଧୀୟ ଆହ୍ବାନର ମୁକାବିଲା ପାଇଁ ବୃତ୍ତିଗତ ଅଭ୍ୟାସ ଏବଂ ପ୍ରକ୍ରିୟାର ପ୍ରସ୍ତୁତି ଓ ଆପୋସ ବିନିମୟ ଉପରେ ଆଲୋଚନା ହେବ।

Post Views29 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!