ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ପହଞ୍ଚିଛନ୍ତି। ଏହା ପରେ ବିମାନବନ୍ଦରରୁ ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାର ଅଭିମୁଖେ ଯିବେ ରାଷ୍ଟ୍ରପତି। ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ରାଷ୍ଟ୍ରପତି ୫ ଦିନ ଓଡ଼ିଶାରେ ରହିବେ। ଆସନ୍ତାକାଲି ପୁରୀରେ ନୌସେନା ଦିବସରେ ଯୋଗ ଦେବେ।

ରାଷ୍ଟ୍ରପତି ଆଜି ରାଜଭବନରେ ରାତ୍ରି ଯାପନ କରିବେ। ବୁଧବାର ପୁରୀ ଗସ୍ତ କରିବେ। ପୂର୍ବାହ୍ନ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଅପରାହ୍ନରେ ପୁରୀ ବେଳାଭୂମିରେ ଆୟୋଜିତ ନୌସେନା ଦିବସରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ସାମିଲ ହେବେ। ୫ ତାରିଖରେ ଭୁବନେଶ୍ୱରରେ ନୂତନ କୋର୍ଟ କୋଠା ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ଯୋଗଦେବେ। ପରେ ଓୟୁଏଟିର ୪୦ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ।

୬ ଓ ୭ ତାରିଖରେ ମୟୂରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ରହିଛି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!