ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ

ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ଗୁରୁବାର ଏହାକୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ଏହା ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି।

ଏହାପୂର୍ବରୁ ବୁଧବାର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପାଇଁ ଜୋରଦାର ପ୍ରଚାର କରିଥିଲେ ଏବଂ ବାରମ୍ବାର ନିର୍ବାଚନ ଦେଶର ପ୍ରଗତିରେ ବାଧା ସୃଷ୍ଟି କରୁଛି ବୋଲି କହିଥିଲେ। ଅନ୍ତର୍ଜାତୀୟ ଗୀତା ମହୋତ୍ସବ ଅଧୀନରେ କୁରୁକ୍ଷେତ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶିବରାଜ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ଦ୍ରୁତ ଗତିରେ ଆଗକୁ ବଢୁଛି।

ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଏକ ଗୌରବମୟ, ସମୃଦ୍ଧ ତଥା ଶକ୍ତିଶାଳୀ ଭାରତ ନିର୍ମାଣ କରାଯାଉଛି। ଖୁବଶୀଘ୍ର ଭାରତ ଆମ ଆଖି ଆଗରେ‘ବିଶ୍ୱ ଗୁରୁ’ ହେବ, ଏଥିରେ କୌଣସି ସନ୍ଦେହ ନାହିଁ ଏବଂ ସମଗ୍ର ବିଶ୍ୱ ଏହା ଜାଣେ। କିନ୍ତୁ ଭାରତର ପ୍ରଗତି ଏବଂ ବିକାଶରେ ବାଧା ସୃଷ୍ଟି କରୁଛି ବାରମ୍ବାର ନିର୍ବାଚନ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!