ବିଗିଡିଲା ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟାବସ୍ଥା

ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଏହି କାରଣରୁ ତାଙ୍କୁ ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି।

ଲାଲକୃଷ୍ଣ ଆଡଭାନୀଙ୍କୁ ୯୭ ବର୍ଷ ବୟସ। ତାଙ୍କୁ ଗତ ୪-୫ ମାସ ମଧ୍ୟରେ ଅନେକ ଥର ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଛି। ଏହାପୂର୍ବରୁ ତାଙ୍କୁ ଅଗଷ୍ଟ ମାସରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଆଡଭାନୀ କିଛି ଦିନଧରି ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସହ ସଂଘର୍ଷ କରିଆସୁଥିଲେ। ଚଳିତବର୍ଷ ତାଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ ମଧ୍ୟ ପ୍ରଦାନ କରାଯାଇଥିଲା। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ହେତୁ ସେ ରାଷ୍ଟ୍ରପତି ଭବନରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇପାରି ନ ଥିଲେ। ତାଙ୍କୁ ତାଙ୍କ ବାସଭବନରେ ଭରତ ରତ୍ନ ଦିଆଯାଇଥିଲା।
ଲାଲକୃଷ୍ଣ ଆଡଭାନୀ ୮ ନଭେମ୍ବର ୧୯୨୭ରେ କରାଚିରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୪୨ରେ ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନରେ ଯୋଗ ଦେଇଥିଲେ। ସେ ୧୯୮୬ ରୁ ୧୯୯୦ ପର୍ଯ୍ୟନ୍ତ, ପୁଣି ୧୯୯୩ ରୁ ୧୯୯୮ ଏବଂ ୨୦୦୪ ରୁ ୨୦୦୫ ପର୍ଯ୍ୟନ୍ତ ଭାଜପାର ରାଷ୍ଟ୍ରୀୟ ସଭାପତି ଥିଲେ।

Post Views58 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!