ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ହେବାର ଗୋଟିଏ ଦିନ ପରେ ଜାମିନ ପାଇ ଜେଲ୍ରୁ ମୁକ୍ତ ହୋଇଛନ୍ତି। ଜେଲରୁ ବାହାରିବା ପରେ ଅଲ୍ଲୁ ଅର୍ଜୁନଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି।
ମୁଁ ଭଲ ଅଛି, ବ୍ୟସ୍ତ ହେବାର କିଛି ନାହିଁ। ଆଇନକୁ ସମ୍ମାନ ଦିଏ। ତେଣୁ ଆଗକୁ ଆବଶ୍ୟକ ସମସ୍ତ ପ୍ରକାର ସହଯୋଗ କରିବି।
କେବଳ ଏତିକି ନୁହେଁ ଅଲ୍ଲୁ ଅର୍ଜୁନ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ସହ କ୍ଷମା ମାଗିଛନ୍ତି।
ଦୁର୍ଭାଗ୍ୟବଶତଃ ଏପରି ଘଟଣା ହୋଇଛି, ଏଥିପାଇଁ କ୍ଷମା ମାଗୁଛୁ। ସମ୍ପୃକ୍ତ ପରିବାର ପାଇଁ ଯାହା ଆବଶ୍ୟକ ସବୁ କରିବି। ୨୦ ବର୍ଷ ହେବ ଫିଲ୍ମ ଦେଖିବାକୁ ଯାଉଛି, ପୂର୍ବରୁ ଏପରି ହୋଇ ନ ଥିଲା ବୋଳି ଅଲ୍ଲୁ କହିଛନ୍ତି।

