ଉସ୍ତାଦ ଜାକିର ହୁସେନ ଅସୁସ୍ଥ

ବିଶିଷ୍ଟ ଭାରତୀୟ ବଂଶୋଦ୍ଭବ ତବଲା ବାଦକ ଉସ୍ତାଦ ଜାକିର ହୁସେନ ଅସୁସ୍ଥ ହୋଇପଡ଼ିଛନ୍ତି । ସ୍ୱାସ୍ଥ୍ୟାବସ୍ଥା ଖରାପ ଥିବାରୁ ଡିସେମ୍ବର ୧୫ ତାରିଖ ରବିବାର ଦିନ ତାଙ୍କୁ ଆମେରିକାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ପରିବାର ତାଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କ ଆଶୁ ଆରୋଗ୍ୟ କାମନା କରୁଛନ୍ତି। ଜାକିର ହୁସେନଙ୍କ ପିତା ଆଲ୍ଲା ରାଖା ମଧ୍ୟ ଜଣେ ପ୍ରସିଦ୍ଧ ତବଲା ବାଦକ ଥିଲେ।

୭୩ ବର୍ଷୀୟ ଜାକିର ହୁସେନଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ବହୁତ ଖରାପ ରହିଛି । ସେ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଜାକିର ହୁସେନ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଖବରକୁ ତାଙ୍କ ଘନିଷ୍ଠ ସହଯୋଗୀ ନିଶ୍ଚିତ କରିଛନ୍ତି। ବିବିସି ସାମ୍ବାଦିକ ପରଭେଜ ଆଲାମ ତାଙ୍କ ସଦ୍ୟତମ ଟ୍ୱିଟ୍ ରେ ତାଙ୍କ ଖରାପ ସ୍ୱାସ୍ଥ୍ୟ ବିଷୟରେ ଉଲ୍ଲେଖ କରିଛନ୍ତି।ଉସ୍ତାଦ ଜାକିର ହୁସେନ ୧୯୫୧ ମସିହା ମାର୍ଚ୍ଚ ୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ତାଙ୍କର ଅବଦାନ ଅତୁଳନୀୟ ।ଉସ୍ତାଦ ଜାକିର ହୁସେନ ୧୯୫୧ ମସିହା ମାର୍ଚ୍ଚ ୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ତାଙ୍କର ଅବଦାନ ଅତୁଳନୀୟ । ନିଜର ଅସାଧାରଣ ପ୍ରତିଭା ପାଇଁ ସେ ଗତ କିଛି ବର୍ଷ ମଧ୍ୟରେ ଅନେକ ପୁରସ୍କାର ପାଇଛନ୍ତି । ତାଙ୍କୁ ଭାରତ ସରକାର ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ । ୧୯୯୯ ମସିହାରେ ତାଙ୍କୁ ଆମେରିକାର ନ୍ୟାସନାଲ ଆଣ୍ଡୋମେଣ୍ଟ ଫର ଦି ଆର୍ଟସ ପକ୍ଷରୁ ନ୍ୟାସନାଲ ହେରିଟେଜ୍ ଫେଲୋସିପ୍ ପ୍ରଦାନ କରାଯାଇଥିଲା ।

Post Views37 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!